ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ ।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୨ଓ ୨୩ ତାରିଖ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ପ୍ରଥମ ଦିନ ମାର୍ଚ୍ଚ ୨୨ରେ ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି।ଆସନ୍ତା ୨୧ ତାରିଖ ଶାହା ଝାରସୁଗୁଡ଼ା ବିମାନବନ୍ଦରରେ ଓହ୍ଲାଇ ସିଧାସଳଖ ଏଠାକୁ ଆସି ବୁର୍ଲା ଏମ୍ସିଏଲ୍ ଅତିଥି ଭବନରେ ରାତ୍ରିରହଣୀ କରିବେ। ତା’ ପରଦିନ ସକାଳେ ସମଲେଇ ଦର୍ଶନ କରିବେ ଏବଂ ସମ୍ବଲପୁର ପିଏଚ୍ଡ଼ି ପଡ଼ିଆରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ୧୫୦ କୋଟି ଟଙ୍କାରେ ନିର୍ମିତ ଭିମ୍ସାର ସୁପର ସ୍ପେଶିଆଲିଟି କୋଠା ଏବଂ ୩୨.୮୯ କୋଟି ଟଙ୍କାରେ ନିର୍ମିତ ଦୁର୍ଗାପାଲି ରେଳ ଓଭରବ୍ରିଜର ଉଦ୍ଘାଟନ କରିବେ।