ଆଜି ଆକାଶରେ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ । ପ୍ରତି ୧୮.୬ ବର୍ଷରେ ଆସେ ଷ୍ଟ୍ରବେରୀ ଚନ୍ଦ୍ର
ଆଜି ଆକାଶରେ ସବୁଠୁ ରହସ୍ୟମୟୀ ଏବଂ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିବ । ପୂର୍ଣ୍ଣିମା ରାତିରେ ଷ୍ଟ୍ରବେରୀ ଚନ୍ଦ୍ର ଦୃଶ୍ୟମାନ ହେବ । ଏଥରର ଷ୍ଟ୍ରବେରୀ ଚନ୍ଦ୍ର କେବଳ ଏହାର ନାମ କିମ୍ବା ରଙ୍ଗ ପାଇଁ ନୁହେଁ, ବରଂ ଏହାର ‘ମାଇକ୍ରୋ ମୁନ୍’ ଏବଂ ‘ମେଜର ଲୁନାର ଷ୍ଟାଣ୍ଡଷ୍ଟିଲ୍’ ପାଇଁ ମଧ୍ୟ ବହୁତ ସ୍ୱତନ୍ତ୍ର । ଯଦିଓ ଏହାର ରଙ୍ଗ ଷ୍ଟ୍ରବେରୀ ପରି ନୁହେଁ, କିନ୍ତୁ ଏହାର ନାମ ଆମେରିକୀୟ ଆଦିବାସୀ ପରମ୍ପରା ସହିତ ଜଡ଼ିତ । ସେଠାରେ ଜୁନ୍ ମାସରେ ଏହି ପୂର୍ଣ୍ଣିମା ପରେ ଷ୍ଟ୍ରବେରୀ ଅମଳ ଆରମ୍ଭ ହେଉଥିଲା । ସେଥିପାଇଁ ଏହି ଦିନ ଆସୁଥିବା ଜହ୍ନର ରଙ୍ଗ ଦେଖି ତାହାର ନାମକରଣ କରାଯାଇଛି । ଏହି ଦିନ ପ୍ରତି ୧୮.୬ ବର୍ଷରେ ଥରେ ଆସେ ଅର୍ଥାତ୍ ଏହା ପରେ ପୁଣି ଏପରି ଚନ୍ଦ୍ର ୨୦୪୩ରେ ଦେଖାଯିବ । ଏହି ସୁଯୋଗ ସମସ୍ତଙ୍କ ପାଇଁ ଏକ ବିରଳ ଅଭିଙ୍ଗତା ହୋଇପାରେ ।