ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ। ପୋଲିସ ପ୍ରଶାସନ ପକ୍ଷରୁ ହୋଇଛି ବ୍ୟାପକ ବ୍ୟବସ୍ଥା

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ। ୨୧ ଦିନ ବ୍ୟାପୀ ଚାଲିଥିବା ବାହାର ଚନ୍ଦନ ଯାତ୍ରାର ଆଜି ହେଉଛି ଅନ୍ତିମ ଦିବସ।ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପବିତ୍ର ଭଉଁରୀ ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗତବର୍ଷ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଜଳକ୍ରୀଡା ସମୟରେ ବାଣ ଵିଷ୍ପୋରଣରେ ପ୍ରାୟ ୧୫ରୁ ଉର୍ଦ୍ଧ୍ବ ଜୀବନ ଯାଇଥିବା ବେଳେ ଚଳିତବର୍ଷ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲାଗିଛି । ଭଉଁରୀ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ଶ୍ରୀମନ୍ଦିର, ଶ୍ରୀମନ୍ଦିର କାର୍ଯ୍ୟାଳୟ ଓ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବ୍ୟାପକ ଫୋର୍ସ ମୁତୟନ କରାଯିବ । । ଶ୍ରୀଜଗନ୍ନାଥ ମନ୍ଦିରରେ ମହିଳାଙ୍କ ପାଇଁ ଆରମ୍ଭ ହୋଇଛି ପିଙ୍କ ହେଲ୍ପ ଡେସ୍କ। ଆରକ୍ଷୀ ଅଧିକ୍ଷକ ବିନୀତ ଅଗ୍ରୱାଲ ଏହାକୁ ଗଭୀର ଆଶା ବ୍ୟକ୍ତ କରିଛନ୍ତି ଯେ, ଏହି ମାଧ୍ୟମରେ ମହିଳା ଭକ୍ତମାନଙ୍କ ସୁରକ୍ଷା ସୁନିଶ୍ଚିତ ହେବା ସହିତ ସେମାନଙ୍କ ପାଇଁ ଏକ ସ୍ନେହଭରା ସନ୍ଦେଶ ଦେବାରେ ପିଙ୍କ ହେଲ୍ପ ଡେସ୍କ ସହାୟତା ହେବ ।ତେବେ ବିଧି ଓ ପରମ୍ପରା ଅନୁଯାୟୀ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଆଜି ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ସରିବା ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନି ବାଡର ପୂଜାପଣ୍ଡା ସେବାୟତ ରଥଖଳା ପାଖକୁ ଆସିବେ। ସେଠାରେ ଭୋଇ ସେବକ ମାନେ ତିନି ରଥର ଦୁଇଟି ଲେଖାଏଁ ଚକରେ ଗୋଟିଏ ଲେଖାଏଁ ଅଖ ସଂଯୋଗ କରିବେ। ଏହାପରେ ପୂଜାପଣ୍ଡା ସେବାୟତ ମହାରଣାମାନଙ୍କୁ ଆଜ୍ଞାମାଳ ପ୍ରଦାନ କରି ବିଧି ସମ୍ପନ୍ନ କରିବେ।

Ad 13