ଆଜି ପ୍ରବଳ ବର୍ଷା ନେଇ ଏହି ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ଲାଗି ରହିଛି । ଫଳରେ ଅସହ୍ୟ ଗରମରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳୁଛି । ଆହୁରି ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ପୁଣି କଲବଲ କରିବ ତାତି । ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଛଟପଟ ହେବେ ରାଜ୍ୟବାସୀ ।ସୋମବାର ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । ୬ ତାରିଖ (ମଙ୍ଗଳବାର) ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

Ad 13