ଆଜି ବିଶ୍ବ ତମାଖୁ ବର୍ଜନ ଦିବସ
ଆଜି ବିଶ୍ବ ତମାଖୁ ବର୍ଜନ ଦିବସ। ତମାଖୁ ସେବନ ଦ୍ବାରା ସ୍ବାସ୍ଥ୍ୟ ପ୍ରତି ହେଉଥିବା ବିପଦ ଓ କ୍ଷତି ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ପ୍ରତି ବର୍ଷ ମେ’ ୩୧ ତାରିଖରେ ଏହି ଦିବସ ପାଳନ କରାଯାଇ ଆସୁଛି। ଉଦ୍ଦେଶ୍ୟ ହେଉଛି, ତମାଖୁ ବ୍ୟବହାରର କ୍ଷତିକାରକ ପ୍ରଭାବ ସମ୍ପର୍କରେ ଆଲୋକପାତ କରିବା ଏବଂ ପ୍ରଭାବୀ ନୀତି ଓ ଆଇନକୁ ପ୍ରୋତ୍ସାହିତ କରି ତମାଖୁ ବ୍ୟବହାରକୁ ହ୍ରାସ କରିବା। ବାଲୁକା କଳାରେ ସଚେତନତା ବାର୍ତ୍ତା ଦେଲେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଏହି ଅବସରରେ ପୁରୀ ବେଳାଭୂମିରେ ଏକ ହଜାର ସିଗାରେଟ ବ୍ୟବହାର କରି ବାଲୁକା କଳା ନିର୍ମାଣ କରିଛନ୍ତି । ଦେଶରେ ତମ୍ବାଖୁ ମୃତ୍ୟୁ ବଢିଚାଲୁଛି । ଯୁବପିଢୀଙ୍କୁ ଏଥିରୁ ନିବୃତ ରଖିବାକୁ ଏହି ସଚେତନତା ବାର୍ତ୍ତା ଦେଇଛନ୍ତି ସୁଦର୍ଶନ। ତମ୍ବାଖୁ ସେବନ ସ୍ବାସ୍ଥ୍ୟପ୍ରତି କ୍ଷତିକାରକ ଦର୍ଶାଇ ବାଲୁକା କଳାରେ ସଚେତନ କରିଛନ୍ତି । ଏହାକୁ ଦେଖିବାକୁ ବେଳାଭୂମୀରେ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା ।