ଆଜି ମାଟ୍ରିକ ରେଜଲ୍ଟ । ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ ।
ଆଜି ମାଟ୍ରିକ ରେଜଲ୍ଟ । ଅପରାହ୍ନ ୪ଟାରେ ଫଳ ପ୍ରକାଶ ପାଇବ । ସନ୍ଧ୍ୟା ୬ଟା ପରେ ୱେବସାଇଟରେ ଉପଲବ୍ଧ ହେବ । www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଯେଉଁ ଠାରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ । ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ ।ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ ।