ଆରପାରିରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତି
ଆରପାରିରେ ଉତ୍ତମ ମହାନ୍ତି । ଦୀର୍ଘ ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିବାରୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଜାରିଥିବା ବେଳେ ତାଙ୍କର ପରଲୋକ ଘଟିଛି । ଏହି ଖବର ଶୁଣିବା ପରେ ଓଲିଉଡଠୁ ଆରମ୍ଭ କରି ପୂରା ରାଜ୍ୟରେ ଶୋକର ଛାୟା ଖେଳି ଯାଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।ସୂଚନା ଅନୁସାରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ ହୋଇ କିଛି ଦିନ ହେବ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ ।
ହଠାତ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଶନିବାର ଡାକ୍ତରଙ୍କ ପରାମର୍ଶ ଯୋଗେ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା । ତେବେ ଆଜି ତାଙ୍କର ମୃତ୍ୟୁ ଘଟିଛି ।ମୁଖ୍ୟମନ୍ତ୍ରୀ,, ଉପ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମନ୍ତ୍ରୀ ଆଦି ଅନେକ ବ୍ୟକ୍ତି ନିଜ ନିଜର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଅଭିନେତାଙ୍କ ସହିତ ଅତ୍ୟନ୍ତ ଭଲ ସମ୍ପର୍କ ଥିଲା ଏବଂ ତାଙ୍କ ଅନେକ ସିନେମା ତାଙ୍କୁ ପ୍ରଭାବିତ କରିଛି। ତାଙ୍କ ମରଶରୀର ଦିଲ୍ଲୀରୁ ଭୁବନେଶ୍ୱର ଆସିବା ଦିଗରେ ସମସ୍ତ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଥିଲେ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖମନ୍ତ୍ରୀ ବାବୁସାନଙ୍କୁ କହିଛନ୍ତି ।