ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ।

ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ଜମି କିଣିବେ ରାଜ୍ୟ ସରକାର । ଏଥିପାଇଁ ଖୁବଶୀଘ୍ର ସରକାର କର୍ପସ ଫଣ୍ଡ ଗଠନ କରିବାକୁ ଚିନ୍ତା କରୁଛନ୍ତି । ଏହି କମିଟିରେ SC/ST ବିଭାଗ ସଚିବ, ନିର୍ଦ୍ଦେଶକ, ବିଶେଷଜ୍ଞ ରହିବେ। SC/ST ବିଭାଗ ଗୃହ କମିଟି, ବିଧାୟକଙ୍କ ପରାମର୍ଶ ନିଆଯିବ। ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେବା ପରେ ନିଷ୍ପତ୍ତି ହେବ। ଝିଅ ବାହାଘର, ଚିକିତ୍ସା, ପିଲାଙ୍କ ଉଚ୍ଚ ଶିକ୍ଷା ପାଇଁ ଜମି ବିକ୍ରି କରିବାକୁ ଚାହୁଁଥିଲେ, ସରକାର ଏହି ଜମିକୁ କିଣିବେ। ୨ରୁ ୩ ବର୍ଷ ସରକାର ଏହାକୁ ସୁରକ୍ଷିତ ରଖିବେ, ଜମି ମାଲିକ ଚାହିଁଲେ ଏହାକୁ ପୁଣି ନେଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।କିନ୍ତୁ ଯଦି ଜମି ମାଲିକ ଆଉ ଜମି ଫେରାଇ ନେବାକୁ ଚାହିଁବେ ନାହିଁ । ତେବେ ଅନୁସୂଚିତ ଜନଜାତି ଲୋକଙ୍କ ପାଖରୁ କିଣା ଯାଇଥିବା ଜମି ସେହି ବର୍ଗର ଲୋକଙ୍କୁ ହିଁ ନିଲାମ କରାଯିବ ।

Ad 13