ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଏଥର ପାସ୍ ହାର 94.69%, ଜାଣନ୍ତୁ କିପରି ଦେଖିବେ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ 2025 । ଏଥର ପାସ୍ ହାର 94.69% । ଗଣଶିକ୍ଷା ମନ୍ତ୍ରୀ ଓ ବୋର୍ଡ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ରେଜଲ୍ଟ ପ୍ରକାଶ ପାଇଛି । ଚଳିତବର୍ଷ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି। ଗଜପତି ଜିଲ୍ଲାରେ ସର୍ବାଧିକ ପାସ ହାର ରହିଥିବା ବେଳେ କୋରାପୁଟରେ ସର୍ବନିମ୍ନ ପାସ ହାର ରହିଛି । 3273 ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଥିବାବେଳେ କୌଣସି ସ୍କୁଲରେ ନିଲ୍‌ ରେଜଲ୍ଟ ହୋଇନାହିଁ। ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ। ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରଛାତ୍ରୀମାନେ ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ

Ad 13