ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆହୁରି ୨ ଦିନ କଲବଲ କରିବ ତାତି । ପ୍ରଚଣ୍ଡ ଗରମରୁ ମିଳିବନି ନିସ୍ତାର । ଆଜି ବୌଦ୍ଧ ଓ ଝାରସୁଗୁଡ଼ାର କିଛି ସ୍ଥାନରେ ହିଟ୍ ୱେଭ ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୪ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମୁଖ୍ୟତଃ ପଶ୍ଚିମ ଓଡ଼ିଶାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେବ । ସେହିପରି ବଲାଙ୍ଗିର, ସୁନ୍ଦରଗଡ, କଳାହାଣ୍ଡି ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏହାପରେ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ । ବଦଳିବ ପାଣିପାଗର ମିଜାଜ ।