ବିଜେଡିର ନବମ ଥର ସଭାପତି ହେଲେ ନବୀନ । ନୂଆ ରୂପ ନେବ ଦଳୀୟ ସଙ୍ଗଠନ

ବିଜେଡିର ନବମ ଥର ସଭାପତି ହେଲେ ନବୀନ । ଘୋଷଣା କଲେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ । ଏକମାତ୍ର ପ୍ରାର୍ଥୀ ଭାବେ ଦାଖଲ କରିଥିଲେ ନାମାଙ୍କନ । ନିର୍ଦ୍ବନ୍ଦ୍ବରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ । ଖଣ୍ଡୁଆପାଟ ଦେଇ ନବୀନଙ୍କୁ ସ୍ବାଗତ କଲେ କର୍ମୀ । ତେବେ ଆଗକୁ ଦଳର ରଣନୀତି କ’ଣ ହେବ ଏବଂ ଦଳର କେଉଁ ସବୁ ସଙ୍ଗଠନର ଦାୟିତ୍ୱ କେଉଁମାନଙ୍କୁ ବଣ୍ଟାଯିବ ସେସବୁ ବିଷୟରେ ଆଲୋଚନା ହୋଇପାରେ ।

ରାଜ୍ୟ ସଭାପତି ସହ ଦଳ ପକ୍ଷରୁ ବାକି ଥିବା ସାଂଗଠନିକ ଜିଲାଗୁଡ଼ିକର ସଭାପତି ଘୋଷଣା କରାଯିବା ମଧ୍ୟ ସମ୍ଭାବନା ରହିଛି । ଏଥିସହ ୩୫୫ ଜଣଙ୍କୁ ନେଇ ରାଜ୍ୟ କାର୍ଯ୍ୟକାରିଣୀ ଓ ୮୧ ଜଣଙ୍କୁ ନେଇ ରାଜ୍ୟ ପରିଷଦ ଘୋଷଣା ହେବ ବୋଲି ଜଣାପଡ଼ିଛି । ଏହାପରେ ରାଜ୍ୟ କମିଟି, ଯୁବ, ଛାତ୍ର, ମହିଳା ଆଦି ଛାମୁଆ ସଂଗଠନ କମିଟି ଗଠନ କରାଯିବ ।

Ad 13