ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧୦୦୦ ବସ
ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡିବ ଏକ ହଜାର ବସ। ରେଗୁଲାର ବସ ସହ ଅନ୍ୟ ବସ ଗୁଡିକୁ ସ୍ୱତନ୍ତ୍ର ପରମିଟ ଦିଆଯିବ । ଏହିପରି ପୁରୀକୁ ସାରା ରାଜ୍ୟରୁ ଗଡିବ ବସ। ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା । ୧୦୦୦ ବସ୍ ନିୟୋଜିତ ହେବେ । ହେଲେ ବଢ଼ିବ ନାହିଁ ବସ୍ ଭଡ଼ା। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସ୍ପଷ୍ଟ କରିଛି । ଏଥିସହିତ ପୁରୀକୁ ଯାତ୍ରା କରୁଥିବା ସମୟରେ ଯାତ୍ରୀଙ୍କୁ ବସରେ ପାନୀୟ ଜଳ ଯୋଗାଇ ଦିଆଯିବ । ବସରେ ଫାଷ୍ଟଏଡ୍ କିଟର ବ୍ୟବସ୍ଥା ରଖିବାକୁ ରାଜ୍ୟ ପରିବହନ ଆୟୁକ୍ତ ଆଜି ଏକ ସ୍ବତନ୍ତ୍ର ବୈଠକରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସହ ଆଲୋଚନା କରିଛି । ବସରେ କ୍ଷମତାଠାରୁ ଅଧିକ ଯାତ୍ରୀ ନନେବାକୁ ତାଗିଦ କରାଯାଇଛି ।ତେବେ ତଲବଣିଆ ବସ ଷ୍ଟପେଜରେ ଯାତ୍ରୀଙ୍କୁ ୧୦ ଟଙ୍କାରେ ଖାଦ୍ୟ ଦିଆଯିବ। ସୁରକ୍ଷିତ ଯାତ୍ରୀ ପରିବହନ ପାଇଁ ୩୦ଜଣ STA ଅଧିକରୀ ଦାୟିତ୍ବରେ ରହିବେ।ବେପରୁଆ ଗାଡି ଚାଳନା ଉପରେ ରହିବ ନଜର। ପୋଲିସ ପକ୍ଷରୁ ଏନଫୋର୍ସମେଣ୍ଟ ସ୍କ୍ଵାର୍ଡ ସହ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି କହିଛନ୍ତି STA କମିଶନର ଅମିତାଭ ଠାକୁର।