୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ଏସଏଚଜି ମହିଳା

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସଏଚଜି ମହିଳାଙ୍କ ପାଇଁ ଘୋଷଣା କଲେ ଖୁସି ଖବର । ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣରେ ସୁଧ ଦେବେନି ଏସଏଚଜି ମହିଳା । ଏସଏଚଜି ମହିଳାଙ୍କୁ ସୁଧମୁକ୍ତ ଋଣ ପ୍ରଦାନ ଅବଧି ଆଉ ବର୍ଷେ ବଢ଼ିଲା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି । ୩୧ ମାର୍ଚ୍ଚ ସୁଦ୍ଧା ଶେଷ ଅବଧି ୨୦୨୫-୨୬ ଆର୍ଥିକ ବର୍ଷକୁ ବଢ଼ିଲା ।ମହିଳାଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକରା ବହୁମୁଖୀ ଯୋଜନାମାନ ତିଆରି କରିଛନ୍ତି । ଗତ ମାସରେ ସରକାର ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରିଥିଲେ ।

ଯେଉଁଠାରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାମାନେ ଟଙ୍କା ନିଜ ଅର୍ନ୍ତନୀହିତ କଳାକୌଶଳକୁ ଲୋକଙ୍କ ସମ୍ମୁଖକୁ ଆଣିଥିଲେ । ସାଧାରଣ ଲୋକେ ମେଳା ବୁଲିବା ସହ ଗୋଷ୍ଠୀର ମହିଳାମାନେ ଭଲ ରୋଜଗାର ମଧ୍ୟ କରିଥିଲେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି ।