୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଓଡ଼ିଶାରେ ପଡିବ କି ପ୍ରଭାବ ?

ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍‌ଲ୍ୟାଣ୍ଡ, ଆଇସ୍‌ଲ୍ୟାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଏହା ଦୃଶ୍ୟମାନ ହେବ। ତେବେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ ଭାରତ କିମ୍ବା ଓଡିଶାରେ ଦୃଶ୍ୟମାନ ହେବ ନାହିଁ। କେତେକ ସ୍ଥାନରେ ଏଥର ସର୍ବାଧିକ ସୂର୍ଯ୍ୟୋପରାଗ ୯୦ ପ୍ରତିଶତ ହେବ । ଏହା ଭାରତୀୟ ସମୟ ଦିନ ୨ଟା ୨୦ ମିନିଟ୍‌ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟ୍‌ରେ ସର୍ବାଧିକ (୯୦ ପ୍ରତିଶତ) ହେବ । ପରାଗ ଶେଷ ହେବ ଭାରତୀୟ ସମୟ ଦିନ ୪ ଟା ୧୪ ମିନିଟ୍‌ରେ । ପରବର୍ତ୍ତୀ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ସେପ୍ଟେମ୍ବର ୭ କିମ୍ବା ୮ ତାରିଖରେ ସମଗ୍ର ଭାରତ ସହ ଏସିଆ, ୟୁରୋପ, ଆଣ୍ଟାର୍କଟିକା, ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ ଏବଂ ଭାରତ ମହାସାଗରର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ । ଏ ବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟୋପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍କଟିକାରେ ଦୃଶ୍ୟମାନ ହେବ । ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବନାହିଁ ବୋଲି ପଠାଣି ସମାନ୍ତ ପ୍ଲାନେରଟାରିୟମ୍‌ର ପୂର୍ବତନ ଉପନିର୍ଦ୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି ।

Ad 13