୪ ଦିନ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ।

କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରରେ କୁଆପଥର ସହ ବର୍ଷା ଓ ଘଡ଼ଘଡ଼ି ହୋଇପାରେ। । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Ad 13