ଆଜି ପବିତ୍ର ସାବିତ୍ରୀ ବ୍ରତ । 

ଆଜି ସାବିତ୍ରୀ ବ୍ରତ । ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସ୍ତ୍ରୀଙ୍କ ଲକ୍ଷ୍ମୀନାରାୟଣ ପୂଜା ।ଓଡିଆ ପରମ୍ପରା ଅନୁସାରେ ବିବାହିତା ମହିଳାମାନେ ଏହି ବ୍ରତ କରିଥାନ୍ତି । ଜ୍ୟୈଷ୍ଠ ଅମାବାସ୍ୟା ଦିନ ସାବିତ୍ରୀ ଓଷା ପାଳନ ହୁଏ । ସ୍ବାମୀଙ୍କ ଦୀର୍ଘ ଜୀବନ ମନାସି ସାବିତ୍ରୀ ବ୍ରତ ପାଳିଥାନ୍ତି । ସାବିତ୍ରୀ ସଧବା ନାରୀଙ୍କର ଆଦର୍ଶ। ଏହି ଦିନକୁ ଉତ୍ସାହର ସହ ଅପେକ୍ଷା କରିଥାନ୍ତି । ପତିଙ୍କର ଦୀର୍ଘ ଆୟୁଷ ନିମନ୍ତେ ମଙ୍ଗଳ ମନାସି, ସଧବା ସ୍ତ୍ରୀମାନେ ସାବିତ୍ରୀଙ୍କ ପରି ଆଜୀବନ ସଧବା ହେବା ପାଇଁ ଏ ଓଷା ପାଳନ କରିଥାନ୍ତି । ସକାଳୁ ପୂଜା ଥାଳି ସଜେଇବା ସହ ନିଜେ ଶଙ୍ଖା ସିନ୍ଦୁର ରଙ୍ଗବେରଙ୍ଗର ଶାଢୀ ପିନ୍ଧି ମନ୍ଦିର ଯାଇଥାନ୍ତି ।

ନିର୍ଜଳା ବ୍ରତ କରି ସେଠାରେ ପୂଜାର୍ଚ୍ଚନା କରିଥାନ୍ତି । ହିନ୍ଦୁ ମହିଳାମାନେ ପ୍ରତିବର୍ଷ ଏହି ଦିନକୁ ବଡ଼ ଉତ୍ସାହର ସହିତ ଅପେକ୍ଷା କରିଥାଆନ୍ତି ।ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା’ ସାବିତ୍ରୀ । ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ । ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁକବଳରୁ ଫେରାଇ ଆଣିଥିଲେ ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ପୂଜା କରାଯାଏ ।

Ad 13