ଆସନ୍ତା ୭ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ଜାରି ରହିବ ।

ଆସନ୍ତା ୭ ଦିନ ରାଜ୍ୟରେ ଭୀଷଣ ଗ୍ରୀଷ୍ମଲହରୀ ଜାରି ରହିବ । ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଶନିବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାତି ଓ ଗୁଳୁଗୁଳି ରହିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ସହ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି ।୧୧ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର ଓ ବୌଦ୍ଧରେ ଗ୍ରୀଷ୍ମଲହରୀ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି। ୧୨ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ବୌଦ୍ଧ ଓ ସୁନ୍ଦରଗଡ଼ର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମଲହରୀ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୨ରୁ ୩ ଡିଗ୍ରି କମ୍‌ ଥିଲା । ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ସ୍ବାଭାବିକଠାରୁ ପ୍ରାୟ ୨ ଡିଗ୍ରି ଅଧିକ ଥିଲା ଏବଂ ଓଡ଼ିଶାର ଅନ୍ୟ ଜିଲ୍ଲାଗୁଡ଼ିକରେ ସ୍ବାଭାବିକ ଥିଲା ।

Ad 13