‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ। ଡିଜିଟାଲ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ। ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ। ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଆୟୁଷ୍ମାନ ଯୋଜନାରେ ସୁବିଧା ପାଇଁ ୩ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି ।