ଦିନରେ ଖରା, ରାତିରେ ଶୀତ । ରାଜ୍ୟକୁ ପ୍ରବେଶ କରୁଛି ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ।
ରାଜ୍ୟରେ କମିବ ଶୀତ, ବଢିବ ରାତି ତାପମାତ୍ରା। ଆସନ୍ତା ଦୁଇ ଦିନରେ ରାତିରେ ପାରଦ ଆଉ ୨ରୁ ୩ ଡିଗ୍ରୀ ବଢ଼ିବ। ଏହାପରେ ପୁଣି ୩ ଡିଗ୍ରୀ ଖସିଯିବ । ସୋମବାର ୪ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଛି। ଅଧିକାଂଶ ସ୍ଥାନରେ ରାତିବେଳା ପାରଦ ବି ଉପରମୁହାଁ ହେଉଛି । ପାରାଦୀପରେ ୨୦.୪ ଓ ପୁରୀରେ ୨୨.୬ ଡିଗ୍ରୀ ସେଲସିୟସ୍ ରହିଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଥିଲା। ସୁନ୍ଦରଗଡ଼ରେ ୩୫.୪, ବଲାଙ୍ଗୀର ଓ ପାରଳାଖେମୁଣ୍ଡିରେ ୩୫.୨, ଅନୁଗୁଳରେ ୩୪.୭, ସୋନପୁରରେ ୩୪.୫, ହୀରାକୁଦରେ ୩୪.୧, ନୂଆପଡ଼ାରେ ୩୪, ଭଦ୍ରକ ଓ ଢେଙ୍କାନାଳରେ ୩୩.୮, ନବରଙ୍ଗପୁରରେ ୩୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା କେତେକ ସ୍ଥାନରେ ୧୦ ଡିଗ୍ରୀ ତଳେ ରହିଛି ।