ଭାରତ-ପାକିସ୍ତାନ ବିବାଦ ମଧ୍ୟରେ କମିଲା ସୁନା ଦର!

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୁରୁବାର ଅପେକ୍ଷା ଶୁକ୍ରବାର ସୁନା ଦରରେ ସାମାନ୍ୟ ହ୍ରାସ ଦେଖିବାକୁ ମିଳୁଛି । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୩୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୧୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୩୫୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦,୧୫୦ ଟଙ୍କା ରହିଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮,୫୦୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୩୦୦ ଟଙ୍କା ରହିଛି।ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୦୦୦ ଟଙ୍କା ହୋଇଛି ।

Ad 13