ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ। ଗତ ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ।୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।