ଆଇଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ

ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳକ କରାଯାଇଛି। ଶକ୍ତି ବିଭାଗର ସଚିବ ପଦରୁ ହେମନ୍ତ ଶର୍ମାଙ୍କୁ ବଦଳି କରାଯାଇଛି। ପ୍ରମୁକ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପ୍ରମୁଖ ସଚିବ ସଞ୍ଜୟ ସିଂହଙ୍କୁ ଖାଦ୍ୟ ଯୋଗାଣ ବିଭାଗର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ସଚିବ ଦେଓରଞ୍ଜନ ସିଂହଙ୍କୁ ଅତିରିକ୍ତ ଦାୟିତ୍ବ ମିଳିଛି। ଏସଆରସି ଦାୟିତ୍ବ ସହ ଓଏଫଡିସି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। କ୍ରୀଡ଼ା ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓପିଟିସିଏଲ ସିଏମଡି ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଗିରିଶ ଏସଏନଙ୍କୁ ପଞ୍ଚାୟତିରାଜ ଦାୟିତ୍ବ ମିଳିଛି। ଗୃହ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ଅବକାରୀ କମିଶନର-ସଚିବ ଦାୟିତ୍ବ ଦିଆଯାଇଥିବା ସୂଚନା ଦିଆଯାଇଛି।