ଆର ପାରିରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର ।
ଛାଡ଼ି ଚାଲିଗଲେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଭୁବନେଶ୍ୱରରେ ଥିବା ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ତାଙ୍କର ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ସେ ପୁରୀରେ ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି । ଖାସ୍ କରି ଓଡ଼ିଆ କଳା ଜଗତ ରେ ।