ଆସନ୍ତାକାଲିଠାରୁ ପୁଣି ବର୍ଷା

ପୁଣି ଆସୁଛି ବର୍ଷା। ରାଜ୍ୟରେ ଗତ କିଛିଦିନ ହେବ ବର୍ଷା ଜାରି ରହିଥିବା ବେଳେ ପାଗ ପରିବର୍ତନ ହୋଇଛି । ଡିସେମ୍ବର ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ। ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ଆକଳନ କରିଛି ବିଭାଗ ।୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା କହିଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନୀ ଡକ୍ଟର ଉମାଶଙ୍କର ଦାସ । ଆକାଶ ମେଘୁଆ ସାଙ୍ଗକୁ ବର୍ଷା ହେବ । ରାଜ୍ୟରେ ଗତ ଶୁକ୍ରବାର ଓ ଶନିବାର ଦୁଇଦିନ ଧରି ବର୍ଷା ଯୋଗୁ ହଜାର ହଜାର ହେକ୍ଟର ଚାଷଜମିରେ ପାଣି ଜମିରହିଛି । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୯ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଢେଙ୍କାନାଳ, ନୟାଗଡ, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ମଧ୍ୟମ ଧରଣର ବର୍ଷା ହୋଇପାରେ  ।