ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ହଜାରରୁ ଅଧିକ କରୋନା ପଜିଟିଭ୍

ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୬୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୮୯ ଛୁଇଁଛି ।