ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ।
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। । ଏନେଇ ଦୁଇ ଦିନ ଭିତରେ ଗାଇଡ ଲାଇନ ଆଣୁଛନ୍ତି ସରକାର । ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ, ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା ଦିଆଯିବ, ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଓ ପଞ୍ଚାୟତର ବିକାଶ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଖାଲି ସେତିକି ନୁହେଁ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ।