ପ୍ରବଳରୁ ଅତି ପ୍ରବଳ ବର୍ଷା, ୬ ଜିଲାକୁ ଆର୍ଲଟ
ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବଂ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ବୁଧବାର ସକାଳରୁ ଅପରାହ୍ଣ ୫.୩୦ ସୁଦ୍ଧା ବାରିପଦାରେ ସର୍ବାଧିକ ୧୨୧ ମି.ମି ବର୍ଷା ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକର ପ୍ରଶାସନ ସଜାଗ ରହିବାକୁ ଏସ୍ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୨ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ସମ୍ବଲପୁର ଏବଂ ଦେବଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାପରେ ବର୍ଷା କମିବ। ସେହିପରି ୭ ତାରିଖ ଯାଏଁ ରାଜ୍ୟରେ କାଁ ଭାଁ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ବୁଲେଟିନରୁ ଜଣାପଡ଼ିଛି।