ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ । ବିଜେଡିର ବଡ ନେତା ଆହତ: ବବି ଦାସ ଆଇସିୟୁରେ ଭର୍ତ୍ତି
ଲୋୟର ପିଏମଜି ପାଲଟିଲା ରଣକ୍ଷେତ୍ର । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ମୁହାଁମୁହିଁ ପରିସ୍ଥିତି । ବିଜେଡି କର୍ମୀ ଓ ପୋଲିସ ଧସ୍ତାଧାସ୍ତି । ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଅରୁଣ ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ । ବର୍ତ୍ତମାନ ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାକୁ ନେଇ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରବା ସହିତ ମୁଖ୍ୟମନ୍ତ୍ରୀ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ, ବାଲେଶ୍ୱର ସାଂସଦ ଓ ବାଲେଶ୍ୱର ବିଧାୟକଙ୍କ ଇସ୍ତଫା ଦାବି କରିଛି । ଏନେଇ ଆଜି ଛାତ୍ର ଯୁବକ ଓ ମହିଳା କର୍ମକର୍ତ୍ତାମାନେ ରାସ୍ତାକୁ ଓହ୍ଳାଇଛନ୍ତି।