‘ମୋ ପୁଅ କ୍ଷମା ମାଗିବ ନାହିଁ.. ସେ ଜୀବନରେ ଅସରପା ବି ମାରିନି’ : ସଲମାନଙ୍କ ବାପା

ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ କ୍ଷମା ମାଗିବାର ଆବଶ୍ୟକତା ନାହିଁ କାରଣ ସେ ଆଜି ପର୍ଯ୍ୟନ୍ତ ଏକ ଅସରପା ମାରି ନାହାଁନ୍ତି।ତେଣୁ ସଲମାନ କେବେ ବି ମୁଣ୍ଡ ନୂଆଁଇବେ ନାହିଁ କି କ୍ଷମା ମାଗିବାର ପ୍ରଶ୍ନ ଉଠୁନି ବୋଲି ସେ କହିଛନ୍ତି।ସୂଚନାଯୋଗ୍ୟ, ବାବା ସିଦ୍ଦିକିଙ୍କ ହତ୍ୟା ପରେ ସଲମାନ ଖାନଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ବାନ୍ଦ୍ରାରେ ଥିବା ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟର ସୁରକ୍ଷା କଡ଼ାକଡ଼ି କରି ଦିଆଯାଇଛି । ୬୦ ଜଣ ପୋଲିସ କର୍ମଚାରୀ ସାଦା ପୋଷାକରେ ଗାଲାକ୍ସି ଆପାର୍ଟମେଣ୍ଟ ନିକଟରେ ମୁତୟନ ରହିଛନ୍ତି । ସେମାନେ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦେଉଛନ୍ତି । ସେମାନେ ଏସଓପି ଅନୁସାରେ କାର୍ଯ୍ୟ କରୁଥିବା ବେଳେ ଉକ୍ତ ଅଞ୍ଚଳରେ ହେଉଥିବା ପ୍ରତିଟି ଗତିବିଧି ଉପରେ ନଜର ରଖିଛନ୍ତି ।