ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ପ୍ରଥମ ବର୍ଷ ପୂର୍ତ୍ତି
ଅଯୋଧ୍ୟାର ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଏକବର୍ଷ ପୂରଣ ହୋଇଛି । ଏହି ଅବସରରେ ଆଯୋଧ୍ୟାରେ ଭବ୍ୟ ଆୟୋଜନ କରାଯାଇଛି । ତିନିଦିନ ପର୍ଯ୍ୟନ୍ତ ସାଂସ୍କୃତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଅୟୋଜିତ କରାଯିବ । ରାମମନ୍ଦିରକୁ ୫୦ କ୍ୱିଣ୍ଟାଲ ପୁଷ୍ପରେ ସଜା ଯାଇଛି ।ଗତ ବର୍ଷ ଜାନୁଆରୀ ୨୨ ତାରିଖରେ ଭବ୍ୟ ଆୟୋଜନରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ତେବେ ତିଥି ଅନୁଯାୟୀ ପ୍ରାଣ ପ୍ରତିଷ୍ଠାକୁ ଆଜି ଗୋଟିଏ ବର୍ଷ ପୂରଣ ହେଉଛି। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ରାମଲାଲାଙ୍କ ସ୍ବତନ୍ତ୍ର ପୂଜାବିଧି ପାଇଁ ଭବ୍ୟ ଆୟୋଜନ କରାଯାଇଛି। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି।