ଲୋକସେବା ଭବନରେ ବନ୍ଦେ ମାତରମ ଗାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜି ୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବନ୍ଦେ ମାତରମ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ବନ୍ଦେ ମାତାରମ ଗାନ କରିଛନ୍ତି । ଏହାଛଡା ଲୋକସେବା ଭବନରେ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ ହୋଇଥିଲେ । ଏଣୁ ଆଜି ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ବନ୍ଦେ ମାତାରମ ଗାଇବେ । ଏନେଇ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଥିଲା । ବନ୍ଦେ ମାତାରମର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି ।