ସ୍ମାର୍ଟ ମିଟର ବାଧ୍ୟତାମୂଳକ ଅଟେ : ଶକ୍ତି ମନ୍ତ୍ରୀ
ସ୍ମାର୍ଟ ମିଟରରେ ଅଧିକ ବିଲ୍ ଆସୁଥିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଙ୍ଗଦେଓ । ସେ କହିଛନ୍ତି, ଟେକ୍ନୋଲଜି ସହ ଯୋଡିହେବାକୁ ହେଲେ ସ୍ମାର୍ଟ ମିଟର ଲଗାଇବାକୁ ହିଁ ପଡିବ । ଏହା ଭାରତ ସରକାରଙ୍କ ଗାଇଡଲାଇନରେ ଅଛି ।ସାଧାରଣ ମିଟର ନେଇ ଟେଷ୍ଟ କରି ଦେଖାଇ ଦିଆଯିବ । ଏବେ ଯାଏଁ ଲୋକଙ୍କର ସୁଇଚ ବନ୍ଦ କରିବାର ଅଭ୍ୟାସ ଯାଇନି । ତେଣୁ ଆବଶ୍ୟକ ନଥିଲେ ଲୋକେ ସୁଇଚ ବନ୍ଦ କରନ୍ତୁ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁନି । ତେଣୁ ସ୍ମାର୍ଟ ମିଟର ଲାଗିବା ବାଧ୍ୟତାମୂଳକ ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ । ପୂର୍ବରୁ ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁଛି ବୋଲି କେତେ ଜିଲ୍ଲା ରେ ବିବାଦ ଦେଖା ଦେଇଛି । କିନ୍ତୁ ଏବେ ସ୍ମାର୍ଟ ମିଟର ବାଧ୍ୟତାମୂଳକ ବୋଲି ସଫା ସଫା କହିଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ।
ଆରଜି କର ମେଡିକାଲ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା । ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କଲେ ପଶ୍ଚିମବଙ୍ଗ ସିଆଲଦା କୋର୍ଟ । ଆସନ୍ତା ୨୦ ତାରିଖରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ।ସୂଚନା ଯୋଗ୍ୟ, ଅଗଷ୍ଟ ୯ ତାରିଖରେ ସହରର ଉତ୍ତର ଭାଗରେ ଥିବା ଏହି ସରକାରୀ ହସ୍ପିଟାଲରେ ସ୍ନାତକୋତ୍ତର ତାଲିମପ୍ରାପ୍ତ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଏହି ଜଘନ୍ୟ ଅପରାଧ ଘଟାଇଥିବା ସଞ୍ଜୟ ବିରୋଧରେ ଅଭିଯୋଗ ହୋଇଥିଲା। ନଭେମ୍ବର ୧୨ ତାରିଖରେ ଏକ ବନ୍ଦ କୋଠରୀରେ ମାମଲାର ଶୁଣାଣି ଆରମ୍ଭ ହୋଇଥିଲା ଏବଂ ୫୭ ଦିନ ପରେ, ସିଆଲଦା କୋର୍ଟ ରେ ଏହାର ରାୟ ଶୁଣାଯାଇଛି।