୨୩ରେ ପୁଣି ଲଘୁଚାପ, ନେଇପାରେ ବାତ୍ୟାର ରୂପ
ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି । ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି । ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ଜିଏଫଏସ୍ ମଡେଲ ଦର୍ଶାଇଛି । ବଡ଼ ନହେଲେ ବି ଛୋଟ ଧରଣର ବାତ୍ୟା ହେବ ବୋଲି ମଡେଲରେ ଆକଳନ କରାଯାଇଛି। ଜିଏଫଏସ୍ ମଡେଲର ଆକଳନ ଅନୁସାରେ, ସମୁଦ୍ରରେ ଥିଲା ବେଳେ ବାତ୍ୟା ରୂପ ନେବ। ଉପକୂଳକୁ ଆସିବା ପରେ ଏହା ଦୁର୍ବଳ ହୋଇଯିବ। କିନ୍ତୁ ଏହା ପ୍ରଭାବରେ ଓଡ଼ିଶାରେ ବିସ୍ତୃତ ବର୍ଷା ହୋଇପାରେ । ୨୪ ତାରିଖରେ ଏହା ଓଡ଼ିଶା ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।