୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଶକ୍ତିଶାଳୀ ହେବ । ଆଗାମା ଦିନରେ ଏହା ଅବପାତରେ ପରଣିତ ହେବ । ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ତେବେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଳ୍ପ କିଛି ଜାଗାରେ ବର୍ଷା ହୋଇପାରେ । ଆଗାମୀ ୨୪ ଘଣ୍ଟା ପାଇଁ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝଟକା ପବନ ୩୦ରୁ ୪୦ କିଲୋମିଟର ଭିତରେ ରହିପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ବି ବର୍ଷିପାରେ । ୨୧ ତାରିଖରେ କାଁ ଭାଁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।