ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ଜୀବନୀ।

୧୯୪୫ ମସିହାରେ କଟକର ଚାନ୍ଦିନି ଚୌକରେ ଝରଣା ଦାସଙ୍କ ଜନ୍ମ । ସମେସ୍ତ ତାଙ୍କୁ ଶ୍ରଦ୍ଧାରେ ଡାକୁଥିଲେ ଝୁମୁ । ଝରଣାଙ୍କ ଘରେ ସେମାନେ ଥିଲେ ଦଶ ଭାଇ ଭଉଣୀ । ତାଙ୍କ ମା ଲେଖିଦେଇଥିବା ନାଟକକୁ, ଘରେ ଖଟ ଯୋଡ଼ି ଓ ଶାଢ଼ୀ ଟାଣି ମଞ୍ଚା କରି ଭାଇ ଭଉଣୀ ମିଶି ଅଭିନୟ କରୁଥିଲେ । ଝରଣା ଦାସ ନରସିଂହ ମହାପାତ୍ରଙ୍କ ଏକ ନାଟକରେ ପ୍ରଥମକରି ନାୟିକା ଭାବେ ଅଭିନୟ କରିଥିଲେ ।

ଝରଣାଙ୍କ ବଡ଼ ଭାଇଙ୍କ ଅନ୍ତରଙ୍ଗ ବନ୍ଧୁ ଅଭିନେତା ତଥା ସଂଗୀତଜ୍ଞ ଅକ୍ଷୟ ମହାନ୍ତି ଚାହୁଁଥିଲେ ଝୁମୁ ଅଭିନେତ୍ରୀ ହୁଅନ୍ତୁ । କଳାକାର ହେବାର କିଛି ପ୍ରତିଭା ବି ପିଲାଦିନୁ ଦେଖିବାକୁ ମିଳିଥିଲା ଝରଣା ଦାସଙ୍କ କ୍ଷେତ୍ରରେ । ସେ ଅନେକ ସମୟରେ ବାପାଙ୍କ ଗୀଟାର ଲୁଚାଇ ଲୁଚାଇ ବଜାଉଥିଲେ । ବିନା ତାଲିମରେ ସ୍କୁଲରେ ପଢୁଥିବା ସମୟରେ ଆକାଶବାଣୀ କଟକର ‘ଶିଶୁ ସଂସାର’ କାର୍ଯ୍ୟକ୍ରମରେ ଭାଗ ନେଉଥିଲେ ।

ଓଡ଼ିଶୀ ନୃତ୍ୟଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷା କରିଥିଲେ ଝରଣା ଦାସ । ଫଟୋଗ୍ରାଫର ଦୀପକ ଦାସଙ୍କୁ ବିବାହ କରିଥିଲେ ଝରଣା । ୧୯୬୪ ମସିହାରେ ନିର୍ମିତ କଥାଚିତ୍ର ଅମଡା ବାଟ ମାଧ୍ୟମରେ ଓଡ଼ିଆ କଥାଚିତ୍ର ଜଗତରେ ପାଦ ଥାପିଥିଲେ ଝରଣା । ୧୯୬୫ ମସିହାରେ ନିର୍ମିତ ଚଳଚ୍ଚିତ୍ର ମଲାଜହ୍ନରେ ସତୀ ଭୂମିକାରେ ଅଭିନୟ କରି, ସେ ହାସଲ କରିଥିଲେ ଲୋକପ୍ରିୟତା ।

ସେ ଚଳଚ୍ଚିତ୍ର ବ୍ୟତୀତ, ଆକାଶବାଣୀ ଓ ଦୂରଦର୍ଶନ ସହିତ ମଧ୍ୟ ଜଡ଼ିତ ଥିଲେ । ଆ’ ଜହ୍ନରେ ଲେଖିବା ନାଁ, ଭାଗ୍ୟ ଚକ୍ର, ସୁନା ଭାଉଜ, ଟୋପାଏ ସିନ୍ଦୂର ଦି ପଟ ଶଙ୍ଖା, ଲାଲ ପାନ ବିବି, କସ୍ତୁରୀ, ସମୟ ବଡ଼ ବଳବାନ, ପୂଜାଫୁଲ, ହୀରାନୀଳା, ନିନାଦ, ଆଶାର ଆକାଶ, ମହାସତୀ ସାବିତ୍ରୀ, ଜ୍ୱାଇଁ ପୁଅ, ହିସାବ ନିକାଶ, ଟିକେ ହସ ଟିକେ ଲୁହ, ଶ୍ରୀ ଜଗନ୍ନାଥ, ଅଦିନ ମେଘ, ମାର୍ଗ, କା, ମଲାଜହ୍ନ, ଅଭିନେତ୍ରୀ, ନବଜନ୍ମ, ଅମଡ଼ା ବାଟ, ନାରୀ ଇତ୍ୟାଦି । ସେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ, ଜୟଦେବ ପୁରସ୍କାର,ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ଼, ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ ଆଦି ଲାଭ କରିଥିଲେ ।

ତାଙ୍କର ଏହି ଅଭିନୟ ପାଇଁ ତାଙ୍କୁ ପୁରସ୍କାର ଓ ସମ୍ମାନରେ ସମ୍ମାନୀତ କରାଯାଇଛି । ୧୯୯୭ ଜୟଦେବ ପୁରସ୍କାର, ୨୦୧୧ରେ ଓଡ଼ିଶା ଲିଭିଙ୍ଗ ଲିଜେଣ୍ଡ ଆୱାର୍ଡ଼,୨୦୧୧ରେ ଓଡ଼ିଶା ସୋସାଇଟି ଅଫ ଆମେରିକା ସମ୍ମାନ, ୨୦୧୬ରେ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନରେ ସମ୍ମାନୀତ କରାଯାଇଛି