ବିଶ୍ୱ ପଖାଳ ଦିବସ ରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା

ଆଜି ମାର୍ଚ୍ଚ ୨୦ ତାରିଖରେ ପାଳନ ହେଉଛି ବିଶ୍ୱ ପଖାଳ ଦିବସ। ଏହି ଅବସରରେ ପ୍ରତ୍ୟେକ ଓଡ଼ିଆଙ୍କୁ ବାଲୁକା ଚିତ୍ର କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।ପୁରୀ ସମୁଦ୍ର ବେଳାଭୂମିରେ ପଖାଳ ଦିବସ ଉପଲକ୍ଷେ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ବାଲିରେ ପଖାଳ, ବଡି ଚୁରା , ମାଛ ଭଜା ସହ ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନର ଅବିକଳ ଭାବେ ଗଢିଛନ୍ତି।

ଯାହାକି ବେଶ୍ ସୁନ୍ଦର ହୋଇଛି। ପ୍ରଭୁ ଜଗନ୍ନାଥଙ୍କ ର ଅତି ପ୍ରିୟ ଖାଦ୍ୟ ଦହି ପଖାଳ ଓ ଓଡିଆ ମାନଙ୍କର ଅତି ପ୍ରିୟ ଓ ପ୍ରମୁଖ ଖାଦ୍ୟ ଭାବେ ଗ୍ରହଣ କରାଯାଇଥିବା ବେଳେ ଏହି ଭୋଜନର ଏକ ସ୍ୱତନ୍ତ୍ରତା ରହିଛି। ଏଣୁ ପଖାଳ ଭୋଜନକୁ ମନେ ରଖିବା ପାଇଁ ମାର୍ଚ୍ଚ ୨୦କୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ କରାଯାଉଛି।